3 "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। 5 ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;