Pular para o conteúdo
Publicidade

ମାଥିଉ 19:16-26

16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି? 17 ସେ ତାହାଙ୍କୁ କହିଲେ, "ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।"

18 ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, "ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, 19 ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।"

20 ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି? 21 ଯୀଶୁ ତାହାଙ୍କୁ କହିଲେ, "ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।" 22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।

23 ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ। 24 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।"

25 ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? 26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, "ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.