7 ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ? 8 ଯୀଶୁ ସେମାନଙ୍କୁ କହିଲେ, "କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।" 9 "ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।"
Publicidade