18 "ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, 19 ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।"
Publicidade
Publicidade