ଦୁଇ ଅନ୍ଧମାନଙ୍କୁ ଦୃଷ୍ଟି ଦାନ
29 ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ। 30 ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। 31 ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। 32 ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, "ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?" 33 ସେମାନେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ। 34 ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।