17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? 18 କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, "ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?" 19 "ସେହି କରର ମୁଦ୍ରା ମୋତେ ଦେଖାଅ।" ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। 20 ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? 21 ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, "ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।"
Publicidade