42 ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। 43 କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ। 44 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।"
Publicidade