ପ୍ରଭୁଭୋଜ ବିଧି ସ୍ଥାପନ
26 ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, "ନିଅ, ଭୋଜନ କର, ଏହା ମୋହର ଶରୀର।" 27 ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, 28 "ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।