38 ସେତେବେଳେ ସେ ସେମାନଙ୍କୁ କହିଲେ, "ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।" 39 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, "ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଃଖର ପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।"