33 ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ 34 ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ। 35 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,