25 ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ। 26 ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
Publicidade