3 "ଆତ୍ମାରେ ଦୀନହୀନ ଲୋକେ ଧନ୍ୟ,
କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
4 ଶୋକାର୍ତ୍ତ ଲୋକେ ଧନ୍ୟ,
କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
5 ନମ୍ର ଲୋକେ ଧନ୍ୟ,
କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।
6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ,
କାରଣ ସେମାନେ ପରିତୃପ୍ତ ହେବେ।
7 ଦୟାଳୁ ଲୋକେ ଧନ୍ୟ,
କାରଣ ସେମାନେ ଦୟା ପ୍ରାପ୍ତ ହେବେ।
8 ଶୁଦ୍ଧଚିତ୍ତ ଲୋକେ ଧନ୍ୟ,
କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।
9 ଶାନ୍ତିକାରକ ଲୋକେ ଧନ୍ୟ,
କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।
10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ,
କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।