19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; 20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, 21 କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
ଶରୀରର ଜ୍ୟୋତିଃ
(ଲୂକ 11:34-36)
24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।
ଚିନ୍ତିତ ନ ହୁଅ
(ଲୂକ 10:41; ଫିଲୀମୋନ 1:6-7; ୧ ପିତର 5:7)
33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।