9 ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର,
‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା,
ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।
10 ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ,
ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ।
11 ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
12 ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ,
ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।
13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ,
ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’