ଗଛ ଓ ତାʼ ଫଳ
15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ! 16 ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?