16 ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ, 17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
"‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’"