2 ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, "ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।"
3 ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ବର ନିନ୍ଦା କରୁଅଛି।
4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, "ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ? 5 କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା? 6 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର," ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, "ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।" 7 ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା।