20 ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା, 21 କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।
22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, "ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।" ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।