23 ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, "ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି" 24 ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 25 କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା।