Pular para o conteúdo
Publicidade

ମାଥିଉ 9:9-13

9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର।" ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।

10 ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ। 11 ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, "ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?"

12 କିନ୍ତୁ ଯୀଶୁ ତାହା ଶୁଣି କହିଲେ, "ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି। 13 କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।"

ଉପବାସର କାରଣ

(ମାର୍କ 2:18-22; ଲୂକ 5:33-39)

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.