ନୀନିବୀ ପ୍ରତି ପରମେଶ୍ୱରଙ୍କ କ୍ରୋଧ
2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି। 3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।