Pular para o conteúdo
Publicidade

ନାହୂମ 1:2-8

ନୀନିବୀ ପ୍ରତି ପରମେଶ୍ୱରଙ୍କ କ୍ରୋଧ

2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି। 3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।

4 ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ। 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।

6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ। 7 ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି। 8 ମାତ୍ର ସେ ପ୍ଲାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

Naum
Ver todos os capítulos de Naum