8 ପୁଣି, ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ।
10 ଆଉ, ନିହିମୀୟା ସେମାନଙ୍କୁ କହିଲା, "ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।"