ମୋଶାଙ୍କ ସାହାଯ୍ୟାର୍ଥେ ପ୍ରାଚୀନ ନିଯୁକ୍ତି
16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।