Pular para o conteúdo
Publicidade

ଗଣନା ପୁସ୍ତକ 13:30-33

30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, "ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।" 31 ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, "ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।" 32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, "ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା। 33 ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.