Publicidade

Oséias 10

ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ;

1 ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି;

ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।

2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି;

ଏବେ ସେମାନେ ଦୋଷୀ ଗଣାଯିବେ;

ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ,

ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।

3 ଅବଶ୍ୟ ଏବେ ସେମାନେ କହିବେ, "ଆମ୍ଭମାନଙ୍କର ରାଜା ନାହିଁ;

କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ,

ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?"

4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି;

ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷବୃକ୍ଷ,

ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।

5 ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ;

କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ

ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ,

ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।

6 ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ;

ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।

7 ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।

8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ;

କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ;

ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ

ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।

9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ;

ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ,

ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।

10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ

ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ

ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।

11 ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟମର୍ଦ୍ଦନ କରିବାକୁ ଭଲ ପାଏ;

ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ;

ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା;

ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ।

12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ,

ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ;

କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି,

ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।

13 ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ;

ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ;

କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।

14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ

ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା,

ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ;

ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।

15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ;

ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।

Veja também

Publicidade
Oséias
Ver todos os capítulos de Oséias
Bíblia Online Bíblia Online

Bíblia Online • Versão: 2026-06-16_18-40-07-