3 ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ;
ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ;
ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।
4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ
ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ
ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।