Pular para o conteúdo
Publicidade

ହିତୋପଦେଶ 2

ଜ୍ଞାନର ପୁରସ୍କାର

1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର

ଓ ମୋʼ ଆଜ୍ଞାସବୁ ମନରେ ରଖ;

2 ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର

ଓ ବୁଦ୍ଧିରେ ମନୋନିବେଶ କର;

3 ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ

ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;

4 ଯଦି ରୂପା ନ୍ୟାୟ ତାକୁ ଖୋଜ

ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;

5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ

ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।

6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି,

ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।

7 ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି,

ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।

8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ

ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।

9 ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ

ଓ ମଙ୍ଗଳର ସମସ୍ତ ପଥ ଜାଣିବ।

10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ,

ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;

11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ,

ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।

12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,

13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ

ସରଳ ମାର୍ଗ ପରିତ୍ୟାଗ କରନ୍ତି;

14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ

ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;

15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ

ଓ ଆପଣା ଆପଣା ପଥରେ ବକ୍ରଗାମୀ,

ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।

16 ଆଉ, ଯେଉଁ ପରସ୍ତ୍ରୀ2:16 ଅର୍ଥାତ୍‍ ବେଶ୍ୟା ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ2:16 ଅର୍ଥାତ୍‍ ତାହାର ସ୍ବାମୀକୁ ତ୍ୟାଗ କରି

ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,

17 ଯାହାର ଗୃହ ମୃତ୍ୟୁୁ ଆଡ଼େ

18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ,

ଯାହା ନିକଟକୁ ଗମନ କଲେ2:18 ନିକଟକୁ ଗମନ କଲେ ଅର୍ଥାତ୍‍ ଶୟନ କରିବାକୁ କେହି ଫେରି ଆସେ ନାହିଁ

ଓ ଜୀବନର ପଥ ଆଉ ଧରେ ନାହିଁ,

19 ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।

20 ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର

ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,

21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ,

ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।

22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ

ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.