3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ,
ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା,
ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।
5 ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ;
ତାହାର ପାଦ ସିଧା କବରରେ ପଡ଼େ;
6 ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ;
ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
7 ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ
ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ
ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
9 କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ
ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;