16 ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି;
ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
17 ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା
ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18 ଅନିଷ୍ଟ ଚିନ୍ତକ ଅନ୍ତଃକରଣ,
କୁକର୍ମ କରିବାକୁ ବେଗଗାମୀ ଚରଣ;
19 ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ
ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।