27 କେହି ଯେବେ ଆପଣା ବକ୍ଷସ୍ଥଳରେ ନିଆଁ ରଖେ,
ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ?
28 ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ,
ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?
29 ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ;
ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।