14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? 15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।"
Publicidade