33 ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର!
ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ
ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!
34 "କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି?
କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?"
35 "ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି,
ଆଉ ତାହାକୁ ପ୍ରତିଦାନ କରାଯିବ?"
36 "ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ;
ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।"