17 ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର; 18 ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ। 19 ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି,
"ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।"
20 "ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ;
ଯଦି ସେ ତୃଷିତ ତାହାକୁ ପାନ କରାଅ;
କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।"
21 କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।