Pular para o conteúdo
Publicidade

ରୋମୀୟ 13:1-3

ଶାସନକର୍ତ୍ତାଙ୍କ ପ୍ରତି ଆନୁଗତ୍ୟ

1 ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ। 2 ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ। 3 କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.