ଅନ୍ୟର ବିଘ୍ନର କାରଣ ନ ହେଉ
13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର। 15 କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ। 17 କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।