5 ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ। 6 ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।