ଈଶ୍ବରଙ୍କ ନ୍ୟାୟବିଚାର
1 ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ। 2 ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ। 3 ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ?