6 ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ; 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, 8 କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।
Publicidade