Pular para o conteúdo
Publicidade

ରୋମୀୟ 4:17-21

17 ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ। 18 "ଏହିପରି ତୁମ୍ଭର ବଂଶ ହେବ," ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ। 19 ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ, 20 ବରଂ ଈଶ୍ବରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ, 21 କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.