ବିଶ୍ୱାସ ଦ୍ୱାରା ଈଶ୍ବରଙ୍କ ସହ ଶାନ୍ତି
1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ; 2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ। 3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, 4 ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ। 5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।