3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? 4 ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
Publicidade