4 ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ; 5 କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା।
Publicidade