2 ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ। 3 ଅତଏବ, ସ୍ୱାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାହାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ୱାମୀ ମରିଯାଏ, ତେବେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ।