Pular para o conteúdo
Publicidade

ରୋମୀୟ 8:11-17

11 ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।

ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ

12 ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ; 13 କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ। 14 ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ। 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ। 16 ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, 17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.