ଈଶ୍ବରଙ୍କ ଚିରନ୍ତନ ପ୍ରେମ
31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ? 32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ? 33 ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି। 34 କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।