35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ? 36 ଯେପରି ଲେଖାଅଛି,
"ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ;
ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।"
37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। 38 କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, 39 ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।