11 ନୟମୀ ଉତ୍ତର ଦେଲେ, "ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି? 12 ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ, 13 ତେବେ ତୁମ୍ଭେମାନେ କି ସେମାନଙ୍କର ବୟସପ୍ରାପ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେମାନେ କି ଏଥିନିମନ୍ତେ ଅନ୍ୟ ସ୍ୱାମୀ ଗ୍ରହଣ କରିବାରୁ ନିବୃତ୍ତ ହେବ? ନା, ହେ ମୋହର କନ୍ୟାମାନେ; କାରଣ ତୁମ୍ଭମାନଙ୍କ ହେତୁରୁ ମୋହର ଦୁଃଖ ଅତିଶୟ ହୋଇଅଛି କାରଣ ସଦାପ୍ରଭୁଙ୍କ ହସ୍ତ ମୋʼ ବିରୁଦ୍ଧରେ ଉଠିଅଛି।"