20 ତେଣୁ ସେ ସେମାନଙ୍କୁ କହିଲା, "ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।
21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?"