3 ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ। 4 ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ। 5 ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।